ଭଦ୍ରକର ଧାମନଗର ବ୍ଳକ ପଂଚାୟତ ସମିତି ସମ୍ମିଳନୀ କକ୍ଷରେ ଜିଲ୍ଲାପାଳକଂ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

Spread the love

ଭଦ୍ରକର ଧାମନଗର ବ୍ଳକ ପଂଚାୟତ ସମିତି ସମ୍ମିଳନୀ କକ୍ଷରେ ଜିଲ୍ଲାପାଳକଂ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

 

ଭଦ୍ରକ, ତା–୨୦/୦୭/୨୦୨୬: ଧାମନଗର ବ୍ଳକ ପଂଚାୟତ ସମିତି ସମ୍ମିଳନୀ କକ୍ଷ ପରିସରଠାରେ ଆଜି ଜିଲ୍ଲାପାଳକଂ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୧୧୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୯୩ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୧୧ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରଶ ଅଧିନସ୍ଥ ୬ଟି ଅଭିଯୋଗ ରହିଥିଲା।

 

ଶୁଣାଣି ସମୟରେ ୧ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିବାବେଳେ ଜିଲ୍ଲା ରେଡକ୍ରସ ପାଣ୍ଠି ମାଧ୍ୟମରେ ୬ଜଣ ଅଭିଯୋଗକାରୀଙ୍କୁ ମୋଟ ୩୦,୦୦୦/- ଟଙ୍କା ମଞ୍ଜୁର କରାଯାଇଛି।

 

ଏହି ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ, ଅତିରିକ୍ତ ଜ଼ିଲ୍ଲାପାଳ ସରୋଜ ଦତ୍ତ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅରୂପ ଅଭିଷେକ ନାୟକ , ଅତିରିକ୍ତ ଜ଼ିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଧନାଇଚରଣ ଟୁଡୁ , ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରମୋଦ ପ୍ରହରାଜ, ଧାମନଗର ବ୍ଲକ ଉନ୍ନୟନ ଅଧିକାରୀ ବନବିହାରୀ ଦିଣ୍ଡା ଓ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।


Spread the love

Leave a Reply

Your email address will not be published. Required fields are marked *