ପି.ଏମ୍. ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଭଦ୍ରକରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ କଳାଉତ୍ସବ ସମାରୋହ

Spread the love

ପି.ଏମ୍. ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଭଦ୍ରକରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ କଳାଉତ୍ସବ ସମାରୋହ

 

ଭଦ୍ରକ, ୨୪ ଜୁଲାଇ: ପି.ଏମ୍. ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ଭଦ୍ରକରେ ଶୁକ୍ରବାର ବାର୍ଷିକ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଉତ୍ସବ ଓ କଳାଉତ୍ସବ ସମାରୋହ ଉତ୍ସାହ ଓ ଆଡ଼ମ୍ବର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମାରୋହର ଶୁଭାରମ୍ଭ କରିଥିଲେ।

 

ବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମାବତୀ ଦ୍ୱିବେଦୀ ଅତିଥିମାନଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ ଜଣାଇବା ସହ ସେମାନଙ୍କର ପରିଚୟ ପ୍ରଦାନ କରିଥିଲେ। ନିଜ ଅଭିଭାଷଣରେ ଜିଲ୍ଲାପାଳ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭାରତର ବିବିଧ ସଂସ୍କୃତି, ଐକ୍ୟ, ସୃଜନଶୀଳତା ଓ କଳାପ୍ରତିଭାର ବିକାଶ ପାଇଁ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଭଳି କାର୍ଯ୍ୟକ୍ରମର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ।

 

ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନୃତ୍ୟ, ସଙ୍ଗୀତ, ଅଭିନୟ, କାହାଣୀ କଥନ, ଚିତ୍ରାଙ୍କନ ଓ ବିଭିନ୍ନ କଳାକୃତି ପ୍ରଦର୍ଶନ କରି ନିଜର ସୃଜନଶୀଳ ପ୍ରତିଭାର ପରିଚୟ ଦେଇଥିଲେ। କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନର ଅବସରପ୍ରାପ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।

 

କାର୍ଯ୍ୟକ୍ରମ ଶେଷରେ ବିଭିନ୍ନ ପ୍ରତିଯୋଗିତାର ବିଜେତା ଛାତ୍ରଛାତ୍ରୀଙ୍କୁ ଜିଲ୍ଲାପାଳଙ୍କ ଦ୍ୱାରା ପଦକ ଓ ମାନପତ୍ର ପ୍ରଦାନ କରାଯାଇଥିଲା।

 

ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ପୁଷ୍ପେନ୍ଦ୍ର କଚ୍ଛୱା, ଶ୍କେ. କେ. ଦାସ, ନରେଶ ସାଇନି ଏବଂ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସୁରେନ୍ଦ୍ର ରାଉତ କାର୍ଯ୍ୟକ୍ରମର ସଫଳ ଆୟୋଜନରେ ସହଯୋଗ କରିଥିବା ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଥିଲେ।


Spread the love

Leave a Reply

Your email address will not be published. Required fields are marked *