ତିହିଡି ବୋଡ଼କ ନଦୀଘାଟରୁ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଜାରି

Spread the love

ଭଦ୍ରକ: ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ଅନ୍ତର୍ଗତ ବୋଡ଼କ ନଦୀଘାଟ ନିକଟରୁ ଆଜି ଏକ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ଲୋକମାନେ ନଦୀଘାଟ ନିକଟରେ ମୃତଦେହଟିକୁ ପଡ଼ିଥିବାର ଦେଖିବାକୁ ପାଇଥିଲେ ଏବଂ ଏନେଇ ସ୍ଥାନୀୟ ପୋଲିସକୁ ତୁରନ୍ତ ସୂଚନା ଦେଇଥିଲେ।

​ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହା ସହ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଛି। ତେବେ ମୃତ ଯୁବତୀଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ। ଏହା ହତ୍ୟା ନା ଆତ୍ମହତ୍ୟା, ସେନେଇ ପୋଲିସ ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରିବା ସହ ବିଭିନ୍ନ ଦିଗରୁ ଯାଞ୍ଚ ଚଳାଇଛି।


Spread the love

Leave a Reply

Your email address will not be published. Required fields are marked *